March 29, 2024

Satya News

odia news channel

ପାର୍ବଣରେ କଟକଣା ନମାନିଲେ ପୁଲିସ୍ ଗିରଫ କରିବ : ସୌମେନ୍ଦ୍ର ପ୍ରିୟଦର୍ଶୀ

 

ଭୁବନେଶ୍ୱର : ରବିବାର (ଆସନ୍ତାକାଲି) ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।
ସେ କହିଛନ୍ତି, ରାତି ୮ଟା ପରେ କଟକ-ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ଭାବେ  ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଦଣ୍ଡ ଭୋଗିବେ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯେ କେହି ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ସେ ନିବେଦନ କରିଛନ୍ତି ।
ପାର୍ବଣ ବେଳେ କମିଶନରେଟ୍ ପୁଲିସ୍ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଓ ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ । କଟକ-ଭୁବନେଶ୍ବରରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ପୁଲିସ୍ କମିଶନର କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି।

Spread the love