
ବ୍ରହ୍ମପୁର: ଗଂଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କ ହତ୍ୟା ମାମଲାରେ ବ୍ରହ୍ମପୁର ବଡବଜାର ପୁଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେହିପରି ମାମଲାରେ ସମ୍ପୃକ୍ତ ଜଣେ ନାବାଳକକୁ ଅଟକ ରଖାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ବ୍ରହ୍ମପୁର ଏସପି ପିନାକ ମିଶ୍ର କହିଛନ୍ତି । ଅଭିଯୁକ୍ତଙ୍କ ଠାରୁ ୩ ଟି ଖଣ୍ଡା, ୬ଟି ମୋବାଇଲ, ଗୋଟିଏ ବାଇକ, ଗୋଟିଏ ସ୍କୁଟି ଜବତ କରାଯାଇଛି । ଏହି ଘଟଣାରେ ଷଡଯନ୍ତ୍ର କରିଥିବା ବ୍ୟକ୍ତିଙ୍କୁ ମଧ୍ୟ ଖୋଜାଚାଲିଛି ବୋଲି ପୁଲିସ କହିଛି ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ