May 9, 2025

ରାଜ୍ୟରେ ୩୨୭ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୪୪ ଜଣ ଶିଶୁ ଓ କିଶୋର ସଂକ୍ରମିତ

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love