
ଭୁବନେଶ୍ୱର: ଆଜି ରାଜ୍ୟରେ ୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୩୬। ସମସ୍ତ ନୂଆ ରୋଗୀ ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।
ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ। ଆଜି ଏହି ଜିଲ୍ଲାରୁ ୨୬ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୨, ବଲାଙ୍ଗିର, ଜଗତ୍ସିଂହପୁର, କେନ୍ଦୁଝର, ଗଜପତି, କୋରାପୁଟ ଓ ଦେବଗଡ଼ରୁ ଜଣେ ଲେଖାଏ, କଟକ ଓ ସମ୍ବଲପୁରରୁ ୬ ଜଣ ଲେଖାଏ, ଗଞ୍ଜାମ, ରାୟଗଡାରୁ ୪ ଜଣ ଲେଖାଏ, ଜାଜପୁରରୁ ୨, ଝାରସୁଗୁଡାରୁ ୩, ଖୋର୍ଦ୍ଧାରୁ ୭, ମୟୂରଭଞ୍ଜରୁ ୯, ପୁରୀରୁ ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଥାଉ କି, ଗତକାଲି ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ଥିଲା। ଗତକାଲି ୧୮ ଜିଲ୍ଲାରୁ ମୋଟ୍ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ