November 30, 2023

Satya News

odia news channel

୨ ଦିନିଆ ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

 

ଭୁବନେଶ୍ୱର:  ରିମାଣ୍ଡରେ ଯିବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି। ଏଥିପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ୱର SDJM କୋର୍ଟ।

ଟାଟା ନାଁରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ସହ ଠକେଇ କରିଥିବା ଅଭିଯୋଗ ରହିଛି ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ । ଏହି ଠକେଇ ମାମଲାର ଅଧିକ ଖୋଳତାଡ଼ କରିବ କ୍ରାଇମବ୍ରାଞ୍ଚ SIT।

ତାଙ୍କ ବିରୋଧରେ ଆଇଟି ଆକ୍ଟର ସଙ୍ଗୀନ ଦଫା ଲଗାଯାଇଛି। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା।

ପ୍ରଦୀପଙ୍କ ଆକାଉଣ୍ଟକୁ ଅଢେଇ କୋଟି ଟଙ୍କା ଆସିଥିଲା। ଏହାଛଡ଼ା ତାଙ୍କ ଆକାଉଣ୍ଟରୁ ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର୍‌ ହୋଇଥିଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଏହି ସବୁ ଟଙ୍କା କେଉଁଠୁ ଆସିଲା? ଏ ସମ୍ପର୍କରେ ଯାଞ୍ଚ କରୁଛି ଇଡି।

Spread the love