
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୧୬ ଜଣ ଆଖି ବୁଜିଛନ୍ତି। ଏଥି ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି। ଭୁବନେଶ୍ୱରରୁ ଆଜି ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।
ଅନ୍ୟପକ୍ଷେ କେନ୍ଦୁଝରରୁ ସର୍ବାଧିକ ୩ ଜଣ କରୋନା ରୋଗୀଙ୍କର ଆଜି ମୃତ୍ୟୁ ଘଟିଛି। ସେହିପରି ସମ୍ବଲପୁରରୁ ୨ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବାବେଳେ ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଯାଜପୁର ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ, ରାଉରକେଲାରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ