
ଭୁବନେଶ୍ୱର : ଦିନକରେ ଓଡ଼ିଶାରେ ୧,୪୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୋଳରୁ ସର୍ବାଧିକ ୧୪୧ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ମଧ୍ୟ ହ୍ରାସ ପାଇଛି। ଖୋର୍ଦ୍ଧାରୁ ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୦୬ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୧,୪୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୬୯୫ରେ ପହଞ୍ଚିଛି। ସେଥିମଧ୍ୟରୁ ୨,୬୪,୧୦୨ ଜଣ ସୁସ୍ଥ ହୋଇଥିବାବେଳେ ୧୭୨୮୧ ଆକ୍ଟିଭ କେସ ରହିଛି।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ