ପାରଳାଖେମୁଣ୍ଡି,୨୯/୧: ଗଜପତି ଜିଲ୍ଲାର ତପ୍ତପାଣି ଘାଟିରେ ବୁଧବାର ପାହାନ୍ତାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଅନ୍ୟୂନ ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି। ଆଠ ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ ଓ ୬ ମହିଳା ରହିଛନ୍ତି। ମୃତକମାନେ ହେଲେ ସୁନୀଲ ନାୟକ, ରମେଶ ବେହେରା, ଝୁନୁ ବେହେରା, ସଂଘମିତ୍ରା ମହାପାତ୍ର, ଅନ୍ଵେଷା ମହାପାତ୍ର, କରିସ୍ମା ନାୟକ, ସୁବାସିନୀ ମହାରଣା ଓ ବିଦ୍ୟୁତ ନାୟକ। ଉଲ୍ଲେଖଯୋଗ୍ୟ, ରାୟଗଡ଼ାର କାଶୀପୁରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ମାରୁତି’ ରାତି ପ୍ରାୟ ୩ଟାବେଳେ ମୋହନା ବ୍ଲକ୍ ଅନ୍ତର୍ଗତ ତପ୍ତପାଣି ଘାଟିରେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି।
More Stories
୨ ଯାଏ କାଳବୈଶାଖୀ
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା