
ଭୁବନେଶ୍ୱର: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏଥି ସହିତ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲଦଣ୍ଡାଦେଶ ହୋଇଛି। ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।
ସୂଚନାଥାଉ କି, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ତତ୍କାଳୀନ ଏନ୍ଡିଏ ସରକାରରେ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲୀପ ରାୟ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି NDAର ଅଂଶୀଦାର ଥିଲା। ବିଜେଡିରୁ ଏନ୍ଡିଏ ସରକାରରେ ମନ୍ତ୍ରୀ ହୋଇଥିଲେ ଦିଲୀପ ।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ