
ତେଲକୋଇ: କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏକ ଯାତ୍ରୀବାହୀ ବସ୍ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁସାରେ, ପାଢ଼ୀ ନାମକ ଏକ ଘରୋଇ ବସ୍ ୪୦ ଜଣ ଯାତ୍ରୀଙ୍କୁ ନେଇ ଯାଜପୁରରୁ ରାଉରକେଲା ଯାଉ ଥିବାବେଳେ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ସମୟରେ ଡ୍ରାଇଭର ଉପସ୍ଥିତ ବୁଦ୍ଧି ଖଟାଇ ପାହାଡ଼ ଧାରରେ ଥିବା ଡ୍ରେନକୁ ବସ୍ ଖସାଇ ଅଟକାଇ ଥିଲେ। ଫଳରେ ବସ୍ଟି ପାହାଡ଼ ତଳକୁ ଆଉ ଖସି ପାରିନଥିଲା।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ