March 27, 2024

Satya News

odia news channel

ରାମ ମନ୍ଦିର ଟ୍ରଷ୍ଟ୍‍ ଗଠନ ନେଇ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ,୫/୨: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଟ୍ରଷ୍ଟ୍‍ ଗଠନ କରାଯିବ ସମ୍ପର୍କରେ ବୁଧବାର ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିରର ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ ସହ ‘ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର’ ନାମରେ ଏକ ଟ୍ରଷ୍ଟ୍‍ ଗଠନ କରାଯାଇଥିବା ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି। ଅଯୋଧ୍ୟା ମାମଲାରେ ସୁପ୍ରିମ୍‌ କୋର୍ଟଙ୍କ ନିର୍ଦେଶମତେ ସୁନ୍ନି ଓ୍ଵାକଫ୍‌ ବୋର୍ଡକୁ ୫ ଏକର ଜମି ଦେବା ନିମନ୍ତେ ଉତ୍ତର ପ୍ରଦେଶ ସରକାର ରାଜି ହୋଇଥିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଜନସାଧାରଣଙ୍କ ବିଶ୍ୱାସକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ରାମ ଜନ୍ମଭୂମି ମାମଲାର ରାୟ ପ୍ରକାଶ ପାଇବା ପରେ ଗଣତାନ୍ତ୍ରିକ ପ୍ରକ୍ରିୟା ଏବଂ ପଦ୍ଧତିରେ ଉଲ୍ଲେଖଯୋଗ୍ୟ ବିଶ୍ୱାସ ପ୍ରଦର୍ଶନ କରିଥିବରୁ ୧୩୦ କୋଟି ଭାରତବାସୀଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି।

Spread the love