
ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ପୂର୍ବପରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ କେସ ୨୨୩ ଥିବାବେଳେ ଲୋକାଲ କେସ ୧୬୩ ରହିଛି। ସେହିପରି ୨୪ ଘଣ୍ଟାରେ ଆଖି ବୁଜିଛନ୍ତି ୫ ଜଣ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଆକ୍ଟିଭ କେସ ୩୪୮୭ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୩,୧୬,୯୭୦ ଜଣ।
ଆଜି ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ତା ପଛକୁ ରହିଛି ସୁନ୍ଦରଗଡ଼।ଏଠାରୁ ୪୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୩୧ ଓ କଟକ, ବଲଙ୍ଗୀରରୁ ୨୨ ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଅନୁଗୁଳରୁ୨୯, ବରଗଡ ଓ ବାଲେଶ୍ୱରରୁ ୨୦ ଜଣ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍