
ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ। ଆଜିଠାରୁ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ଯିବେ ବୋଲି ଚରମ ନିଷ୍ପତ୍ତି ନେଇଛନ୍ତି। ଫଳରେ ପାଠପଢ଼ା ଏକପ୍ରକାର ଠପ୍ ହୋଇଯିବ ବୋଲି ଆଶଙ୍କା କରାଯାଉଛି।
୩ ଦଫା ଦାବି ପୂରଣ ପାଇଁ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ଜାରି ରଖିଛି। ଠିକା ଅବଧିକୁ ୬ ବର୍ଷ ଏବଂ ଶିକ୍ଷାକର୍ମୀ ୪ ବର୍ଷ ସମୟକୁ ଚାକିରିରେ ଗଣନା କରି ନ୍ୟାସନାଲ ଓ ଇକ୍ରିମେଣ୍ଟ ପ୍ରଦାନ କରିବା, ଏକ୍ସକ୍ୟାଡ଼ର ଶିକ୍ଷକଙ୍କୁ ଏଲିମେଣ୍ଟାରୀ କ୍ୟାଡ଼ର ଭୁକ୍ତ କରିବା, କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା ଦାବି ହୋଇଛି।
ଏହାସହ ଯୁକ୍ତ ଦୁଇ ଯୋଗ୍ୟତା ଆଧାରରେ ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ ସହ ପୁରୁଣା ପେନ୍ସନ୍ ପୁନଃ ପ୍ରଚଳନ ନିମନ୍ତେ ଆନ୍ଦୋଳନ ଚଳାଇଛନ୍ତି ପ୍ରାଥମିକ ଶିକ୍ଷକ।
More Stories
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ