March 11, 2026

ଆଗାମୀ ୫ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ରହିଛି। ଏତଦ ବ୍ୟତୀତ ୪ରୁ ୭ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ବୌଦ୍ଧରେ ୩୮.୦ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

 

Spread the love