January 29, 2025

ଓଡ଼ିଶାରେ ୫୬୫ ନୂଆ କରୋନା ଆକ୍ରାନ୍ତ, ୧୮ ବର୍ଷରୁ କମ ବର୍ଗରେ ୬୩

 

ଭୁବନେଶ୍ବର :  ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love