
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି ।
ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣାଯାଇଛି । ଭେଣ୍ଟିଲେଟର, ଅକ୍ସିଜେନ୍ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍, ଅକ୍ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍