June 19, 2024

Satya News

odia news channel

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ, ୨୪ ଜଣ ଶିଶୁ ଓ କିଶୋର ସଂକ୍ରମିତ

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୬୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love