
ଭୁବନେଶ୍ୱର : ରବିବାର (ଆସନ୍ତାକାଲି) ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।
ସେ କହିଛନ୍ତି, ରାତି ୮ଟା ପରେ କଟକ-ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଦଣ୍ଡ ଭୋଗିବେ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯେ କେହି ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ସେ ନିବେଦନ କରିଛନ୍ତି ।
ପାର୍ବଣ ବେଳେ କମିଶନରେଟ୍ ପୁଲିସ୍ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଓ ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ । କଟକ-ଭୁବନେଶ୍ବରରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ପୁଲିସ୍ କମିଶନର କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍