
ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଶନିବାର ସକାଳେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଧୀରେଧୀରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ରବିବାର ଦିନ ରାଜ୍ୟର ୮ ଜିଲ୍ଲା ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତାକାଲି ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେହିପରି ୧୩ ତାରିଖ ଦିନ ଅନୁଗୁଳ, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର ଓ ସୋନପୁର ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ଅଶାଙ୍କାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସେହି ଦିନ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୪ ତାରିଖ ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍