April 29, 2026

ଆମ ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହର କଥା ସମୀକ୍ଷା କରାଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

 

ଭୁବନେଶ୍ବର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିସାରିଛି ଯେ କରୋନା ଖସୁଛି। ଏହା ଭଲ ଖବର। ହେଲେ ସଚେତନ ରହିବାକୁ ଏବେ ବି ଆହ୍ୱାନ ରହିଛି। ତୃତୀୟ ଲହରି କେଉଁଠି କଣ ଆସିଲା, ତାହାର କିଛି ଅର୍ଥ ନାହିଁ। ଆମ ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହରି କଥା ସମୀକ୍ଷା କରାଯିବ। ଏହା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର।

ଏଣେ ଫାର୍ମାସିଷ୍ଟମାନଙ୍କ ଚିକିତ୍ସା ଉପରେ ସେ କହିଛନ୍ତି, ବହୁ ପୂର୍ବରୁ ପଞ୍ଚବ୍ୟାଧି ଚିକିତ୍ସାରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା। ଯେଉଁଠି ଡାକ୍ତର ନଥିଲେ, ସେଠାରେ ଔଷଧ ସୁପାରିସ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା। ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା, ଏବେ ତିନୋଟି ଔଷଧ ଆସିଛି। ଡ୍ରଗ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଯାଇଛି।

Spread the love