July 7, 2025

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଆଦି ରହିଛି। ଏହି ଜିଲ୍ଲାଗୁଡ଼କୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି।

ଜୁଲାଇ ୪ରୁ ୫ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କଟକ, ଜଗତସିଂହପୁର ଓ ଖୋର୍ଧା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲିରେ ସର୍ବାଧିକ ୩୬.୨ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

Spread the love