
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପୁର, କଟକ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ବରଗଡ଼ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
ସେହିପରି ୮ରୁ ୯ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୬.୦ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ୨୦.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍