July 13, 2025

ଆସୁଛି ବଡ଼ ବର୍ଷା, ମାଡ଼ି ଆସିବ ବନ୍ୟା ଜଳ ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ

 

ଭୁବନେଶ୍ୱର: ମୌସୁମୀ ରୁତୁରେ ବର୍ଷାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗର ଆଗୁଆ ପ୍ରସ୍ତୁତି । ଲଘୁଚାପ ଜନିତ ବର୍ଷା ଓ ମୌସୁମୀ ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃୃଷ୍ଟି ହେବ ଓ ଏହାକୁ ସଠିକ୍ ଢଙ୍ଗରେ କିଭଳି ମୁକାବିଲା କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଇଛି ।

ଜଳସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଦ୍ୱାରା ଆହୁତ ବୈଠକେର ବିଭାଗର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ତେବେ ବୈଠକରେ ମୁଖ୍ୟତଃ କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଭଳି ଜିଲ୍ଲାକୁ ଅଧିକ ଫୋକସରେ ରଖାଯାଇଛି । ପରିସ୍ଥିତି ଦେଖି କୌଣସି ଅଫିସର ହେଡକ୍ୱାର୍ଟର ଛାଡ଼ି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।
କିଛି ସ୍ଥାନରେ କଣ୍ଟ୍ରୋଲ ରୁମ୍ ଖୋଲାଯାଇଥିବା ସହ ନଦୀ ବନ୍ଧ ଗୁଡ଼ିକରେ ପାଟ୍ରୋଲିଂ କରାଯିବାକୁ କୁହାଯାଇଛି । ୨୦ଟି ଦୁର୍ବଳ ନଦୀବନ୍ଧ ଉପରେ ଅଧିକ ଦୃଷ୍ଟି ରଖାଯିବ ବୋଲି ସୂଚନା ଦେଇଛନ୍ତି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।
ଆହୁରି ପଢ଼ନ୍ତୁ

IMDର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇ କହିଛନ୍ତି, ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି । ଲଘୁଚାପ ଯୋଗୁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ ତାରିଖରେ ସବୁଠାରୁ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଉଛି ।

ଅନ୍ୟପକ୍ଷେ, ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଜୁନ୍‌ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା । କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମ୍‌ଡି ସୂଚନା ଦେଇଥିବା ବେଳେ ଏହାର ୧୦-୧୨ ଦିନ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା । ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି ।

Spread the love