
ଭୁବନେଶ୍ୱର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ସୂଚନାଥାଉ କି, ଜୁନ୍ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା। କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମ୍ଡି ସୂଚନା ଦେଇଥିବା ବେଳେ ଏହାର ୧୦-୧୨ ଦିନ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି )ପୂର୍ବାନୁମାନ କରିଥିଲା। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍