September 16, 2024

Satya News

odia news channel

ଓଡ଼ିଶାର ୯ଟି ସ୍ଥାନରେ ୧୨ ଡିଗ୍ରି ତଳେ ରାତ୍ର ତାପମାତ୍ରା: ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର

 

ଭୁବନେଶ୍ବର: ଗତ ରାତ୍ରରେ ଓଡ଼ିଶାର ୯ ସ୍ଥାନରେ ତାପମାତ୍ରା ୧୨ ଡିଗ୍ରି ତଳେ ଥିବା ଜଣାଯାଇଛି। ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଠାକାର ତାପମାତ୍ର ଥିଲା ୮.୫ ଡିଗ୍ରି ସେଲସିଅସ୍। ଅପରପକ୍ଷରେ କଟକରେ ୧୫ ଓ ଭୁବନେଶ୍ୱରରେ ୧୫.୧ ଡିଗ୍ରି ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି।

ସୂଚନାଯୋଗ୍ୟ,ଏ ବର୍ଷ ୧୫ ଦିନ ବିଳମ୍ବରେ ରାଜ୍ୟକୁ ଶୀତ ପ୍ରବେଶ କରିଛି। ଶୀତର ପ୍ରକୋପ ଓ ସମୟ ମଧ୍ୟ କମ୍ ଦିନ ରହିବ। ଆସନ୍ତା ୨ ଦିନ ରାଜ୍ୟର ପ୍ରାୟ ସ୍ଥାନରେ ତାପମାତ୍ରା ୧୨ ଡିଗ୍ରି କିମ୍ବା ତା’ ତଳେ ରହିବା ପରେ ୨୨ତାରିଖ ଆଡ଼କୁ ପାରଦ ଧୀରେ ଧୀରେ ଊର୍ଧ୍ବମୁଖା ହେବ। ୨୨ ତାରିଖ ପରେ ଶୀତ କମିଯିବ ଓ ଜାନୁଆରି, ଫେବ୍ରୁଆରିରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।
ଗତ ୩ରୁ ୪ ଦିନ ହେଲା, ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଥଣ୍ଡା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ରାଜ୍ୟକୁ କ୍ରମାଗ୍ରତ ଉତ୍ତର ଦିଗରୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବ ଗତକାଲି ରାତିରୁ ଅଧିକ ଶକ୍ତିଶାଳୀ ହୋଇଛି।

Spread the love