September 8, 2024

Satya News

odia news channel

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର

 

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ।
ଶ୍ରୀ ମହାପାତ୍ର ପ୍ରତିଷ୍ଠିତ ପବ୍ଲିକେସନ୍ ହାଉସ ଗ୍ରନ୍ଥ ମନ୍ଦିରର ପ୍ରତିଷ୍ଠାତା ତଥା ବିଶିଷ୍ଟ ପ୍ରକାଶକ ସ୍ବର୍ଗତ ଶ୍ରୀଧର ମହାପାତ୍ରଙ୍କ ନାତି ତଥା ପ୍ରକାଶକ ସ୍ବର୍ଗତ ଅଭିରାମ ମହାପାତ୍ରଙ୍କ ପୁଅ। ସେ ୧୯୬୯, ଫେବ୍ରୁଆରି ୨୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ୧୯୮୪ରେ ରେଭେନ୍ସା କଲେଜିଏଟ ସ୍କୁଲରୁ ମାଟ୍ରିକ୍ ପାସ୍ କରିବା ପରେ ରେଭେନ୍ସା କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ମଧୁସୂଦନ ଆଇନ କଲେଜରୁ ଏଲଏଲ.ବି. ଡିଗ୍ରି ହାସଲ କରିବା ପରେ ୧୯୯୫ରେ ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ।

Spread the love