
କଟକ ୯।୮: କଟକରୁ ପୁଣି ଜବତ ହେଲା ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର । ସ୍ପେଶାଲ ସ୍କ୍ବାଡ୍ ଓ ଲାଲବାଗ ଥାନା ପୋଲିସ ମିଳିତ ଅପରେସନରେ ଜବତ କରିଛି । ବ୍ରାଉନସୁଗାର କାରବାର ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଛି । ଜଳେଶ୍ବରରୁ ବ୍ରାଉନସୁଗାର ଆଣି ଏମାନେ ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ଯୋଗାଉଥିଲେ । ମିଳିଥିବା ବ୍ରାଉନସୁଗାର ଜଗତସିଂହପୁର, ପୁରୀ, କେନ୍ଦ୍ରାପଡାରେ ବିକ୍ରି ହୋଇଥାନ୍ତା ।
ତେବେ ଗତ ୫ମାସରେ କଟକ ସହରରୁ ୪ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ ହୋଇସାରିଲାଣି । କୋଲକାତା ପଟୁ ଜଳେଶ୍ବର, ବାଲେଶ୍ବର ଦେଇ ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ଯାଉଛି । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି । ଏ ନେଇ ଏକ ପ୍ରେସମିଟ୍ କରି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍