ଭୁବନେଶ୍ବର: କରୋନା କଟକଣା ସହ ଅଗଷ୍ଟ ୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ। କରୋନା ମହାମାରୀ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ଏବେ ଏହାକୁ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି। ସଂକ୍ରମଣ କମିଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ବୈଷୟିକ ଶିକ୍ଷା ବିଭାଗ। କୋଭିଡ କଟକଣା ଭିତରେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ କରୋନା ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ହେବ।
ତେବେ ଶିକ୍ଷାନୁଷ୍ଠାନ ଖୋଲିବା ପୂର୍ବରୁ ଶ୍ରେଣୀଗୃହ, ଲାବୋରେଟୋରୀ ଓ ହଷ୍ଟେଲକୁ ସାନିଟାଇଜ କରାଯିବ। ଏନେଇ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ନିୟନ୍ତ୍ରଣରେ ଆସୁଥିବା ସମସ୍ତ ଇଞ୍ଜିନିୟରିଂ, ଡିପ୍ଲୋମା, ପଲିଟେକନିକ ଓ ଆଇଟିଆଇ କଲେଜକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାନୁଷ୍ଠାନାକୁ ସାନିଟାଇଜ କରିବା ସହ କରୋନା କଟକଣା ମାନି ପାଠ ପଢ଼ାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି