
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ଗ୍ରାଫ୍ ତଳ ମୁହାଁ ହେଇଥିବା ବେଳେ ଏବେ ଅନଲକ୍ ନେଇ ଚାଲିଛି ବିଚାର ବିମର୍ଷ। ଏଭଳି ସ୍ଥଳେ ଧୀରେ ଧୀରେ ଅନଲକ ଆମ ପାଇଁ ଭଲ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।
କଟକ, ଅନୁଗୁଳ, ଖୋର୍ଦ୍ଧା, ଯାଜପୁର ଭଳି କିଛି ଜିଲ୍ଲାରେ ଏବେ ସଂକ୍ରମଣ ଅଧିକ ରହୁଛି । ମାତ୍ର ପଶ୍ଚିମ ଓଡିଶାରେ ସଂକ୍ରମଣ ହାର କମୁଛି । ଯେଉଁ ଜିଲ୍ଲାରେ ସଂକ୍ରମଣ ଅଧିକ ରହୁଛି, ସେଠାରେ ସ୍ପେଶାଲ ଷ୍ଟାଟ୍ରେଜି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ତେବେ ସଂକ୍ରମଣ କମୁଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ବଢୁଛି । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶ କହିଛନ୍ତି, ପୂର୍ବ କେସ ଲୋଡ଼ ଓ ବର୍ତ୍ତମାନ ବି କିଛି ଲୋକ କ୍ରିଟିକାଲ ଥିବା ଯୋଗୁ ମୃତ୍ୟୁ ସଂଖ୍ୟା ବଢୁଛି । ବର୍ତ୍ତମାନ ୬୨ ପ୍ରତିଶତ ରୋଗୀ ଆଇସିୟୁ ଓ ୬୨ରୁ ୬୩ ପ୍ରତିଶତ ରୋଗୀ ଭେଂଟିଲେଟରରେ ଅଛନ୍ତି।
ସୂଚନାଥାଉ କି, ଗତକାଲି ରାଜ୍ୟରେ ୫,୨୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ୪,୮୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୁଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୨,୭୬୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୨,୦୮୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୫୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍