
ରାଇରଙ୍ଗପୁର ୬।୮: ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଏପରି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହି ନିକଟରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହିରେ ଏକ ଗଛରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ଗାଁଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। ମୃତକ ହେଲେ ବିଶ୍ବନାଥ ହେମ୍ବ୍ରମ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍