March 12, 2026

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୧ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୬୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, ଗଞ୍ଜାମ,ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪, ଢେଙ୍କାନାଳ, କଟକ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଓ ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

Spread the love