March 12, 2026

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୬ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁରରୁ ୪, କେନ୍ଦ୍ରାପଡ଼ାରୁ ୩, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ଗତ  ୨୪ ଘଣ୍ଟା ଭିତରେ ରାଜ୍ୟରେ ୨,୩୩୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬ ହଜାର ୫୧୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ବି ୨୬ ହଜାର ୩୬୪ ଜଣ ସକ୍ରିୟ ଅଛନ୍ତି।

Spread the love