September 15, 2025

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୨୩୬କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, କଟକ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଜଗତସିଂହପୁରରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼, ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା,ଭଦ୍ରକ ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।

ଏଣେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୩, ୫୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୩, ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୫୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love