
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୬୬କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୭ ଜଣ ଅଛନ୍ତି। ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ରହିଛନ୍ତି। ଏଣେ ଗଞ୍ଜାମ, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ବୌଦ୍ଧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୫, ୮୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୬, ୯୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨, ୪୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍