July 1, 2025

ଚମକପୁର ସରକାରୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ

 

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଠାରେ ଥିବା ଚମକପୁର ଆବାସିକ ଆଦିବାସୀ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବାର ଜଣାଯାଇଛି। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ କରଞ୍ଜିଆ ଉପଜିଲ୍ଲାପାଳ ଡ.ରଜନୀକାନ୍ତ ବିଶ୍ୱାଳଙ୍କ ସମେତ ସ୍ଥାନୀୟ ବିଡ଼ିଓ, ତହସିଲଦାର, ଡ଼ାକ୍ତରୀ ଟିମ ବିଦ୍ୟାଳୟରେ ଆଜି ପହଞ୍ଚିବେ। ସେଠାରେ ଜଣେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆକ୍ରାନ୍ତ ଛାତ୍ରୀମାନଙ୍କର ଚିକିତ୍ସା କରାଯିବା ସହ ସେଠାରେ ଏକ ଆମ୍ବୁଲାନ୍ସ ରହିବ ବୋଲି ଉପଜିଲ୍ଲାପାଳ ପ୍ରକାଶ କରିଛନ୍ତି। ଆବାସିକ ବିଦ୍ୟାଳୟରେ ମୋଟ ୨୫୯ ଜଣ ଛାତ୍ରୀ ରହି ପାଠ ପଢ଼ୁଥିବା ବେଳେ ୨୦ ଜଣ କର୍ମଚାରୀ ରହିଛନ୍ତି।

Spread the love