September 8, 2024

Satya News

odia news channel

ଜି -୨୦ ଶିକ୍ଷାମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାରଠାରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ୪  ଦିନିଆ ଇଣ୍ଡୋନେସିଆର ବାଲି ଗସ୍ତରେ ଯାଇଛନ୍ତି । ବାଲିରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷାମନ୍ତ୍ରୀ ମାନଙ୍କ ବୈଠକରେ ଯୋଗ ଦେବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅଗଷ୍ଟ୩୦ରେ ବାଲିରେ ପହଞ୍ଚିବା ପରେ ପ୍ରଥମେ ଜି-୨୦ ଶିକ୍ଷା ମନ୍ତ୍ରୀ ମାନଙ୍କ ବୈଠକରେ ଅଂଶଗ୍ରହଣ କରିବା ପାଇଁ ଆସିଥିବା ବ୍ରାଜିଲର ପ୍ରତିନିଧି ମାନଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ । ପରେ ବାଲିରେ ପ୍ରବାସୀ ଓଡ଼ିଆ ଏବଂ ଭାରତୀୟଙ୍କ ସହ ସାକ୍ଷାତ୍ କରିବେ । ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟୁରିଜିମ ଆଣ୍ଡ୍ ବିଜନେସ ଅନୁଷ୍ଠାନକୁ ଯାଇ କୁଳପତିଙ୍କୁ ଭେଟିବେ । ସୁଗ୍ରିବ ବିଶ୍ୱବିଦ୍ୟାଳୟରେ ସଂସ୍କୃତ ବିଭାଗର ଛାତ୍ରଛାତ୍ରୀ ଓ ପ୍ରାଧ୍ୟାପକଙ୍କ ସହ ଆଲୋଚନା କରିବେ ।

ସେପ୍ଟେମ୍ବର ୧ରେ ଶ୍ରୀ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଜି-୨୦ ଶିକ୍ଷା ମନ୍ତ୍ରୀ ମାନଙ୍କ ବୈଠକରେ ଯୋଗଦେବେ । ଚଳିତବର୍ଷ ଏହି ବୈଠକର ବିଷୟବସ୍ତୁ ରହିଛି “ରିକୋଭର, ରିଇମାଜିନ୍ ଆଣ୍ଡ୍ ରିବିଲ୍ଡ ଷ୍ଟ୍ରଙ୍ଗର୍” । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ସିଙ୍ଗାପୁର, ୟୁଏଇ, ସାଉଦି ଆରବ ସହ ପୃଥକ ପୃଥକ ଦ୍ୱିପାକ୍ଷିକ ବୈଠକରେ ଉପସ୍ଥିତ ରହିବେ । ଇଣ୍ଡୋନେସିଆ ଏବଂ ଅଷ୍ଟ୍ରେଲିଆ ସହ ମଧ୍ୟ ପୃଥକ ବୈଠକରେ ସହ-ଅଧ୍ୟକ୍ଷତା କରିବା ପରେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ଉଲ୍ଲେଖନୀୟ ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସହ ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ବାଲି ଗସ୍ତ କରୁଛନ୍ତି ।

Spread the love