
ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲରେ ଆଜି ପାଇଁ ଶୁଣାଣି ଶେଷ ହୋଇଥିବା ଜଣାଯାଇଛି। ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଣାଣି ହୋଇଛି । ଆଜି ଶୁଣାଣିରେ ଆଡମିସନ ଓ ଡିନାଏଲ୍ ପ୍ରକ୍ରିୟାକୁ ଚୁଡାନ୍ତ କରିଛନ୍ତି ଟ୍ରିବ୍ୟୁନାଲ। ଏହା ସହ ଟ୍ରିବ୍ୟୁନାଲ ଓଡ଼ିଶା ଓ ଛତିଶଗଡ଼ ଉଭୟ ରାଜ୍ୟକୁ ସାକ୍ଷ୍ୟ ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ନିକଟରୁ ମହାନଦୀ ଅବବାହିକା ସଂକ୍ରାନ୍ତ ବଳକା ନଥିପତ୍ର ଓ ଦସ୍ତାବିଜ୍ ପାଇଁ ପ୍ରକ୍ରିୟାକୁ ଜାରି ରଖିବାକୁ ଓଡ଼ିଶା ଓ ଛତିଶଗଡ ଉଭୟ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି ଟ୍ରିବ୍ୟୁନାଲ।
ଏହି ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୫ ତାରିଖରେ ହେବ। ବିଚାରପତି ଏ.ଏମ ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ ଖଣ୍ଡପୀଠରେ ଏହି ଶୁଣାଣି ହୋଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍