April 11, 2025

ଦରବୃଦ୍ଧି ପ୍ରତିବାଦରେ ବିଜେଡି ପକ୍ଷରୁ ରାଜଭବନ ଅଭିମୁଖେ ରାଲି

 

ଭୁବନେଶ୍ୱର: ଦରବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ରାସ୍ତାକୁ ଓହ୍ଲାଇଛି। ପାର୍ଟି ଅଫିସରୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନେ ରାଜଭବନ ଅଭିମୁଖେ ରାଲି କରିଛନ୍ତି। କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦରବୃଦ୍ଧି ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧିର କାରଣ ହୋଇଛି। ଗତ ୨ ବର୍ଷ ମଧ୍ୟରେ ପେଟ୍ରୋଲ, ଡିଜେଲ ଦରରେ ୩୦ ପ୍ରତିଶତ ବୃଦ୍ଧି ହୋଇଛି। ସେହିପରି ଅତ୍ୟାବଶ୍ୟକ ସାମଗ୍ରୀର ଦର ୪୦ ପ୍ରତିଶତରୁ ୧୦୦ ପ୍ରତିଶତ ମହଙ୍ଗା ହୋଇଥିବା ବିଜେଡି ଅଭିଯୋଗ କରିଛି। ଦରବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଦାୟୀ କରି ଆନ୍ଦୋଳନ କରିଛି ବିଜୁ ଜନତା ଦଳ। ବିଶେଷ କରି ଆର୍ଥିକ ପରିଚାଳନାରେ ମୋଦୀ ସରକାର ବିଫଳ ହୋଇଥିବା ଦଳ କହିଛି।

Spread the love