
କଟକ ୩୦।୭: ଦୁଷ୍କର୍ମକାରୀଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ । ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତ ଗୋପାଳ ଦାସ । ଦଣ୍ଡାଦେଶ ଶୁଣାଇଛନ୍ତି କଟକ ପୋକ୍ସୋ କୋର୍ଟ । ଜେଲଦଣ୍ଡ ସହ ୧୦ ହଜାର ଟଙ୍କାର ଜରିମନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଜରିମନା ଅନାଦେୟ ଏକ ବର୍ଷ ଜେଲଦଣ୍ଡ ଅଧିକ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ପୀଡିତାଙ୍କୁ ଦୁଇ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୧୬ ମସିହା ମେ’ ମାସରେ ବାରଙ୍ଗ ଅଞ୍ଚଳରେ ଘଟିଥିଲା ଏହି ଦୁଷ୍କର୍ମ ଘଟଣା ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍