
ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ହ୍ରାସ ପାଇଥିବା ଦେଖାଯାଇଛି। ଦେଶରେ ଦିନକରେ ଆଉ ୮,୩୧୮ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୬୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୪,୬୭,୯୩୩ ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୦,୯୬୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୩୯,୮୮,୭୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୦୭,୦୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍