
ଭୁବନେଶ୍ବର: ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏଁ ତାହା କାର୍ଯ୍ୟକାରୀ ହେବ ବୋଲି ନିର୍ବାଚନ କମିସନଙ୍କ ପକ୍ଷରୁ କୁହାଯାଇଛି।
ଯେକୌଣସି ସମୟରେ ପଞ୍ଚାୟତ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇପାରେ। ବିଜ୍ଞପ୍ତି ପରେ ନିର୍ବାଚନ ଆଚରଣ ବିଧି ଲାଗୁ ପାଇଁ ପ୍ରସ୍ତୁତ ରହିବାକୁ ପଞ୍ଚାୟତରାଜ ବିଭାଗ, ସମସ୍ତ ଜିଲ୍ଲା ଓ ବ୍ଲକ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି କମିସନ। ରାଜ୍ୟ ନିର୍ବାଚନ କମିସନ ଫେବ୍ରୁଆରି ମାସରେ ପଞ୍ଚାୟତ ନିର୍ବାଚନ କରିବାକୁ ଯୋଜନା କରିଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍