
ଭୁବନେଶ୍ୱର: ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି କୁହାଯାଉଛି। ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର ସୂଚନା ମିଳିଛି। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।
ଗତ ଏକ ବର୍ଷ ଭିତରେ ୩୫ କେଜି ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ଠିକ୍ ସେହିପରି ୬୭ କ୍ବିଣ୍ଟାଲ୍ ୫୨ କେଜି ଗଂଜେଇ ଜବତ ହେଇଥିବା ବେଳେ, ଶହେରୁ ଅଧିକ ନିଶା ବେପାରୀଙ୍କୁ ଗିରଫ କରଯାଇସାରିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍