
ବାଲେଶ୍ୱର: ବାଲେଶ୍ୱର ସହରର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଗଳାପୋଲ ନିକଟରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଥିବାର ଖବର ଚାଞ୍ଚଲ୍ୟ ଖେଳାଇ ଦେଇଛି। ଯୁବକଜଣକ ଗଳାପୋଲ ଅଞ୍ଚଳର ମାଛ ବ୍ୟବସାୟୀ ରବି ସିଂ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ୱିତ ରାତ୍ରିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇଥିଲା।
ଖବର ପାଇ ସହଦେବଖୁଣ୍ଟା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି। ହତ୍ୟାକାଣ୍ଡ ପଛରେ ପୂର୍ବଶତ୍ରୁତା ରହିଥିବା ଅଭିଯୋଗ ହୋଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍