July 8, 2025

ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

 

ଭଦ୍ରକ ୭।୭: ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ । ଭଦ୍ରକ ଜିଲ୍ଲାର ଭଦ୍ରକ ବିଧାନସଭା କ୍ଷେତ୍ରରେ ମାଟ୍ରିକ୍ ପରୀକ୍ଷାରେ ୧୫ ଜଣ ଛାତ୍ରଛାତ୍ରୀ ଏ-୧ ଗ୍ରେଡ୍ ପାଇଛନ୍ତି । ତେଣୁ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀଙ୍କୁ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ସମ୍ବର୍ଦ୍ଧିତ କରିଛନ୍ତି ।

ସେହିପରି ୮ଟି ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଛନ୍ତି । ତେବେ ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବିଧାୟକ ସୂଚନା ଦେଇଛନ୍ତି ।

Spread the love