
କଟକ: ଏକ ମାସ ଭିତରେ ସମବାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମବାୟ ନିର୍ବାଚନ ପାଇଁ ସରକାର ସବୁ ପ୍ରକାର ସହଯୋଗ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ସମବାୟ ସମିତି ପରିଚାଳନା ଦାୟିତ୍ଵ ଜିଲ୍ଲାପାଳଙ୍କ ହାତରେ ଦିଆଯିବା ନିଷ୍ପତ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଭବାନୀ ପ୍ରସାଦ ମାଝୀଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ ଏହି ରାୟ ପ୍ରକାଶ କରିଛନ୍ତି।
ପୌର ସଂସ୍ଥାଗୁଡ଼ିକ ଭଳି ସମବାୟ ସମିତି ଗୁଡ଼ିକର ପରିଚାଳନା ଦାୟିତ୍ବ ଏବେ ପ୍ରଶାସକଙ୍କ ହାତରେ। ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଦେଢ ବର୍ଷ ହେବ ଶେଷ ହୋଇଥିବା ବେଳେ ସରକାର ସମବାୟ ନିର୍ବାଚନ କରୁ ନାହାନ୍ତି। ଏହା ସମବାୟ ଆଇନର ଉଲ୍ଲଂଘନ ବୋଲି ଅଭିଯୋଗ କରି ଏହି ମାମଲା ଦାୟର ହୋଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପ୍ରଫୁଲ୍ଲ କୁମାର ରଥ ମାମଲା ପରିଚାଳନା କରୁଥିଲେ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍