
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡ଼ିକ ମଧ୍ୟ ପୂରଣ ହୋଇପାରିବ।
ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ-୪ ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡେନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷକୁ ହ୍ରାସ କରାଯାଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍