January 24, 2026

ମୟୂରଭଞ୍ଜ ସମେତ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

 

ଭୁବନେଶ୍ବର: ରାଜ୍ୟରେ ଏଯାବତ ପାରାଦୀପରେ ସର୍ବାଧିକ ୩୨.୨ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୬.୫ ଡିଗ୍ରି ସେଲସିୟସ ରହିଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ସେପ୍ଟେମ୍ବର ୮ରୁ ୯ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୯ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସେପ୍ଟେମ୍ବର ୧୦ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ, ଗଞ୍ଜାମ ଓ ଅନୁଗୁଳ ଆଦି ରହିଛି।

Spread the love