July 8, 2025

ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ: ତିନି ରଥକୁ ସିଂହଦ୍ବାର ଚକଡ଼ାକୁ ନିଆଯାଉଛି

 

ପୁରୀ : ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପରେ ରବିବାର ତିନି ରଥରେ ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଯାଇଛି।  ନୀତି ନିର୍ଘଣ୍ଟ ଅନୁଯାୟୀ, ଆଜି ମହାପ୍ରଭୁଙ୍କ ଗୋପାଳବଲ୍ଲଭ ଓ ସକାଳଧୂପ ସାଢ଼େ ୮ଟା ସୁଦ୍ଧା ଶେଷ ହୋଇଛି। ସକାଳ ୮ଟା ୪୫ରେ ରଥକୁ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି। ଆଜ୍ଞାମାଳ ବିଜେ ପରେ ତିନି ରଥର ଚକ ଓ ଅଖରେ ତୈଳ ଲାଗି ହେବ। ପରେ ତିନି ରଥକୁ ସିଂହଦ୍ବାର ଚକଡ଼ାକୁ ନିଆଯାଉଛି।

ଏଣେ ଆଜିଠାରୁ ରଥଯାତ୍ରା ପାଇଁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗିବାକୁ ଯାଉଛି। ଆଜି ଅର୍ଥାତ୍‌ ୧୧ତାରିଖ ରାତି ୮ଟାରୁ ୧୩ ତାରିଖ ରାତି ୮ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବଡ଼ଦାଣ୍ଡର ସମସ୍ତ ଦୋକାନବଜାର ବନ୍ଦ ରହିବ। ଏପରିକି ଔଷଧ ଦୋକାନ ଖୋଲିବା ଉପରେ ମଧ୍ୟ ପ୍ରଶାସନ ରୋକ୍‌ ଲଗାଇଛି।
Spread the love