
ଭୁବନେଶ୍ବର : ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପାରାବ୍ୟାଡମିଣ୍ଟନ ରେ ଦେଶର ପ୍ରଥମ ଅଲିମ୍ପିକ୍ସ ସ୍ବର୍ଣ୍ଣ ଆଣିଥିବା ପ୍ରମୋଦ ଭଗତ ଦେଶର କ୍ରୀଡ଼ା ଇତିହାସରେ ନିଜର ଛାପ ଛାଡ଼ିଛନ୍ତି । ତାଙ୍କ ସଫଳତା ଅନ୍ୟ କ୍ରୀଡ଼ାବିତମାନଙ୍କୁ ଅନୁପ୍ରାଣିତ କରିବ । ସମ୍ବର୍ଦ୍ଧନା ଅବସରରେ ସେ ପ୍ରମୋଦଙ୍କୁ ୬ କୋଟିର ଚେକ୍ ପ୍ରଦାନ କରିଥିଲେ ।
ସମ୍ବର୍ଦ୍ଧିତ ହେବା ପରେ ପ୍ରତିକ୍ରିୟା ରଖି ପ୍ରମୋଦ କହିଛନ୍ତି ଯେ ବହୁ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ଆସି ସେ ସ୍ବର୍ଣ୍ଣ ଜିତିଛନ୍ତି । ଏହି ସଫଳତା ପଛରେ ତାଙ୍କ ଗାଁ ଲୋକ ଓ କୋଚଙ୍କ ଅବଦାନ ରହିଛି । ଏହାଛଡ଼ା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସହଯୋଗ କରିଛନ୍ତି ବୋଲି ସେ କହିଛନ୍ତି । ଡେପୁଟୀ କଲେକ୍ଟର ହେବା ପାଇଁ ସେ ଇଚ୍ଛା ବ୍ୟକ୍ତି କରିଛନ୍ତି । ତେବେ ଚାକିରି ନେଇ ରାଜ୍ୟ ସରକାର ଯାହା ନିଷ୍ପତ୍ତି ନେବେ ତାହାକୁ ଗ୍ରହଣ କରିବେ ବୋଲି ସେ କହିଛନ୍ତି ।
ଆଜି ପ୍ରମୋଦ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଏୟାରପୋର୍ଟରୁ ଖୋଲା ଜିପରେ ଶୋଭାଯାତ୍ରାରେ ଅଣାଯାଇଥିଲା ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍