
ଭୁବନେଶ୍ଵର: ମମିତା ମେହେର ହତ୍ୟା ଘଟଣାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାରଙ୍କର ଏବଂ ଖୋଦ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜେ ଅପରାଧୀ ମାନଙ୍କୁ ଘଂଟ ଘୋଡ଼ାଉଛନ୍ତି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି । ତାଙ୍କ ବିରୋଧରେ ଆପତତଃ ପ୍ରମାଣ ଥାଇ ମଧ୍ୟ ମୋକଦ୍ଦମା ରୁଜୁ କରୁନାହାନ୍ତି। ରାଜ୍ୟରେ ଗୋଟିଏ ପରେ ଗୋଟିଏ ନାରୀ ନିର୍ଯ୍ୟାତନା ବଢ଼ିଚାଲିଛି । ସମଗ୍ର ରାଜ୍ୟ ଆଜି ଅପରାଧୀମାନଙ୍କ ଚରାଭୂଇଁ ପାଲଟିଛି । ଆଇନ କାନୁନକୁ ଭୃକ୍ଷେପ ନାହିଁ । ହତ୍ୟା, ଗଣଦୁର୍ଷମ ମାନବ ଚାଲାଣ ଏବଂ ନିଶା ସାମଗ୍ରୀର କାରବାର ଏ ରାଜ୍ୟରେ ଦ୍ରୁତ ` ଗତିରେ ବୃଦ୍ଧିପାଇ ଚାଲିଛି।
ନାରୀର ସମ୍ମାନ ଓ ନାରୀ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ନିଷ୍ପତିକୁ ଓଡ଼ିଶାବାସୀଙ୍କୁ କଂଗ୍ରେସ ତରଫରୁ ପୂର୍ବପ୍ରାଣରେ ସହଯୋଗ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିବେଦନ କରିଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍